
ଭୁବନେଶ୍ବର ୦୩।୧୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ତେବେ ୨୪ ଘଣ୍ଟା ମଧ୍ୟରେ ୧୨୦୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୪୪୧୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୭ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୫୦୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
Covid-19 Report For 2nd November
New positive Cases: 1201
In quarantine: 697
Local Contacts: 504
District Wise Cases
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୯ଜଣ, ବାଲେଶ୍ୱର ଜିଲ୍ଲାରୁ ୪୮ଜଣ, ବରଗଡ଼ ଜିଲ୍ଲାରୁ ୫୮ଜଣ, ଭଦ୍ରକ ଜିଲ୍ଲାରୁ ୨୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୨ଜଣ, ବୌଦ୍ଧ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୬୯ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୪ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୬୧ଜଣ, ଜଗତସିଂହପୁର ଜିଲ୍ଲାରୁ ୭୩ଜଣ, ଯାଜପୁର ଜିଲ୍ଲାରୁ ୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୫ଜଣ, କଳାହାଣ୍ଡି ଜିଲ୍ଲାରୁ ୨୬ଜଣ, କନ୍ଧମାଳ ଜିଲ୍ଲାରୁ ୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୩ଜଣ, କେନ୍ଦୁଝର ଜିଲ୍ଲାରୁ ୩୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୨ଜଣ, କୋରାପୁଟ ଜିଲ୍ଲାରୁ ୨୮ଜଣ, ମାଲକାନଗିରି ଜିଲ୍ଲାରୁ ୩୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୪ଜଣ, ନୟାଗଡ଼ ଜିଲ୍ଲାରୁ ୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୫୭ଜଣ, ପୁରୀ ଜିଲ୍ଲାରୁ ୪୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୩୧ଜଣ, ସୋନପୁର ଜିଲ୍ଲାରୁ ୨୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୭ଜଣ, ଷ୍ଟେଟ ପୁଲ୍ରୁ ୨୪ଜଣ ରହିଛନ୍ତି ।
New recoveries: 1527
Cumulative tested: 4687272
Positive: 294415
Recovered: 279091
Active cases: 13919
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୪୪୧୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୯୧୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୭୯୦୯୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୬୮୭୨୭୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
ପ୍ରଭୁ ଆପଣ ମୋତେ CORONA ପ୍ରକୋପରୁ କାହିଁକି ବଞ୍ଚାଇବା ପାଇଁ ଆସିଲେନି?