
ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୬୩୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୧୫ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ଅନୁଗୁଳ,ବଲାଙ୍ଗୀର, କଟକ,ଗଞ୍ଜାମ, ଝାରସୁଗୁଡା ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୩୯୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୩୬୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୦୪୯୦୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୫୬୩୯୨୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।